Odiapua.com

ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ଵର, ୨୮/୦୯, (ଓଡ଼ିଆ ପୁଅ ପି ନାଏକ): ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାଫଳରେ ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ କେନ୍ଦୁଝର ଓ ସୁନ୍ଦରଗଡ଼ର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ୨୯ ଓ ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ତେଣୁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି।