Odiapua.com

ଲଘୁଚାପ ବର୍ଷା – ୭ ଟି ଜିଲ୍ଲାକୁ ରେଡ୍ ଆଲର୍ଟ, ୬ ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ – ପ୍ରବଳ ବର୍ଷିବ – ସତର୍କ ରୁହନ୍ତୁ

ଭୁବନେଶ୍ୱର ୧୨-୯ (ଓଡ଼ିଆ ପୁଅ) ଉତ୍ତର-ପଶ୍ଚିମ ବଙ୍ଗୋପସାଗରରରେ ଏକ ସଦୃଶ୍ୟ ଲଘୁଚାପ ଅଞ୍ଚଳ ସୃଷ୍ଟି ହୋଇଛି। ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଏବଂ ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଉତ୍ତର ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଏବଂ ଉତ୍ତର ଛତିଶଗଡ଼ ଉପରେ ଦେଇ ଗତି କରିବ। ଏହା ଫଳରେ

ଏହା ଫଳରେ ଆଜି ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଭୂବନେଶ୍ୱର ପାଣିପାଗ ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ, ୬ ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି। ତେବେ

ରାଜ୍ୟରେ ୭ ଟି ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରୀ
ରାଜ୍ୟରେ ୭ଟି ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦାପଡ଼ା, ଢେଙ୍କାନାଳ ଏବଂ ନୟାଗଡ଼ ଜିଲ୍ଲାଗୁଡ଼ିକ ପାଇଁ ରେଡ ଆଲର୍ଟ ଜାରୀ କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକରେ ଜନସାଧାରଣଙ୍କୁ ସତର୍କ ରହିବାକୁ କୁହାଯାଇଛି।

ଏହି ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ବର୍ଷା ପାଣି ଭରିଯିବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ସ୍ଥାନୀୟ ବନ୍ୟା ହେବାର ମଧ୍ୟ ଚେତାବନୀ ଦେଇଛି ବିଭାଗ। ଅସୁରକ୍ଷିତ କୋଠା ପାଇଁ ସତର୍କ ରହିବାକୁ କୁହାଯାଇଛି। କଚା ରାସ୍ତା ଧୋଇଯିବାର ସମ୍ଭାବନା ରହିଛି ଏହା ବ୍ୟତୀତ ସହରାଞ୍ଚଳରେ ଜଳମଗ୍ନଯୋଗୁଁ ଟ୍ରାଫିକ୍ ସମସ୍ୟା ଦେଖଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

୬ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ

ଆଜି ରାଜ୍ୟରେ ୬ଟି ଜିଲ୍ଲା ଗଞ୍ଜାମ, କନ୍ଧମାଳ, ବୌଦ୍ଦ, ଅନୁଗୁଳ, ଯାଜପୁର, ଏବଂ ଭଦ୍ରକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକରେ ଜନସାଧାରଣଙ୍କୁ ସତର୍କ ରହିବାକୁ କୁହାଯାଇଛି।

ଏହି ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ବର୍ଷା ପାଣି ଭରିଯିବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ସ୍ଥାନୀୟ ବନ୍ୟା ହେବାର ମଧ୍ୟ ଚେତାବନୀ ଦେଇଛି ବିଭାଗ। ଅସୁରକ୍ଷିତ କୋଠା ପାଇଁ ସତର୍କ ରହିବାକୁ କୁହାଯାଇଛି। କଚା ରାସ୍ତା ଧୋଇଯିବାର ସମ୍ଭାବନା ରହିଛି ଏହା ବ୍ୟତୀତ ସହରାଞ୍ଚଳରେ ଜଳମଗ୍ନଯୋଗୁଁ ଟ୍ରାଫିକ୍ ସମସ୍ୟା ଦେଖଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ

ଅପର ପକ୍ଷରେ ଆଜି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଏବଂ ବାଲେଶ୍ୱର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା କାଲି ପାଇଁ

ରାଜ୍ୟରେ ୫ଟି ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରୀ
ରାଜ୍ୟରେ ୫ଟି ଜିଲ୍ଲା ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ଏବଂ ବରଗଡ଼ ଏହି ପାଞ୍ଚଟି ଜିଲ୍ଲାଗୁଡ଼ିକପାଇଁ ରେଡ ଆଲର୍ଟ ଜାରୀ କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକରେ ଜନସାଧାରଣଙ୍କୁ ସତର୍କ ରହିବାକୁ କୁହାଯାଇଛି।

ଏହି ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ବର୍ଷା ପାଣି ଭରିଯିବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ସ୍ଥାନୀୟ ବନ୍ୟା ହେବାର ମଧ୍ୟ ଚେତାବନୀ ଦେଇଛି ବିଭାଗ। ଅସୁରକ୍ଷିତ କୋଠା ପାଇଁ ସତର୍କ ରହିବାକୁ କୁହାଯାଇଛି। କଚା ରାସ୍ତା ଧୋଇଯିବାର ସମ୍ଭାବନା ରହିଛି ଏହା ବ୍ୟତୀତ ସହରାଞ୍ଚଳରେ ଜଳମଗ୍ନଯୋଗୁଁ ଟ୍ରାଫିକ୍ ସମସ୍ୟା ଦେଖଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଆସନ୍ତା କାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ 
ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଦ, କେନ୍ଦୁଝର, ଢେଙ୍କାନାଳ ଏବଂ କଟକ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କଚା ରାସ୍ତା ଧୋଇଯିବାର ସମ୍ଭାବନା ରହିଛି ଏହା ବ୍ୟତୀତ ସହରାଞ୍ଚଳରେ ଜଳମଗ୍ନଯୋଗୁଁ ଟ୍ରାଫିକ୍ ସମସ୍ୟା ଦେଖଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ କେତେକ କ୍ଷେତ୍ରରେ ଉଦ୍ୟାନ କୃଷି ଫସଲ, ପନିପରିବାର କ୍ଷତି ହେବାର ସମ୍ଭାବନା ଅଛି।

ଆସନ୍ତା କାଲି ପାଇଁ ୟେଲୋ ୱାର୍ଣ୍ଣିଂ

ଅପର ପକ୍ଷରେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଦା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ମୟୁରଭଞ୍ଜ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏତଦ୍‌ ବ୍ୟତୀତ ବନ୍ଦରଗୁଡ଼ିକୁ ୩ ନମ୍ବର ୱାର୍ଣ୍ଣିଂ ଜାରୀ କରାଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ଦୁଇ ତିନିଦିନ ପାଇଁ ସମୁଦ୍ରକୁ ନ ଯିବାକୁ ଚେତାବନୀ ଦିଆଯାଇଛି।