Odiapua.com

ଶିକ୍ଷାବିତ୍ ମନୋରମା ମହାପାତ୍ରଙ୍କ ବିୟୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ଶୋକ

ଭୁବନେଶ୍ୱର ୧୮ ସେପ୍ଟେମ୍ବର (ଓଡ଼ିଆ ପୁଅ) ବିଶିଷ୍ଟ ସାହିତ୍ୟିକା, ଶିକ୍ଷାବିତ୍ ତଥା ଦୈନିକ ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ବିୟୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଗଭୀର ଶୋକପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, ସାରସ୍ୱତ ଜଗତରେ ମନୋରମା ମହାପାତ୍ର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ଜଣେ ଶିକ୍ଷାବିତ୍ ତଥା ସୁବକ୍ତା ଭାବେ ସେ ଜଣାଶୁଣା। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ୱନାମଧନ୍ୟ ସାରସ୍ୱତ ସାଧକଙ୍କୁ ହରାଇଲା। ପରଲୋକଗତ ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଶ୍ରୀ ଦାସବର୍ମା ଗଭୀର ସମବେଦନା ଜଣାଇଛନ୍ତି।