Home ଅପରାଧ ଶିକ୍ଷୟତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଶିକ୍ଷୟତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

1093

ହରିଚନ୍ଦନପୁର, ତା ୧୫ ମାର୍ଚ୍ଚ(ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ) କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ଓସ୍ତପଙ୍ଗା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ବିନତୀ ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଖବର ଅନୁଯାୟୀ ଶନିବାର ରାତି ୯ ଘଟିକା ସମୟରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ନିକଟସ୍ଥ ଲୋକମାନେ ଘଟଣା ଦେଖିବା ପରେ ପଣ୍ଡାପଡା ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିବା ସହ ଘଟଣାର ତଦନ୍ତ ଚଳାଇଛି । ବିନତୀଙ୍କ ଘର ଭଦ୍ରକ ଜିଲ୍ଲା ବନ୍ତ ବୋଲି ଜଣାପଡିଛି । ସେ ନିଜ ଓଢ଼ଣୀ ସହ ଏକ ପ୍ଲାଷ୍ଟିକ ଦଉଡ଼ି ସାହାଯ୍ୟରେ ଝୁଲୁଥିବା ଦେଖିବାକୁ ମିଳିଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.