Odiapua.com

ଶ୍ରାବଣ ଶେଷ ସୋମବାରରେ ଆଖଣ୍ଡଳମଣିଙ୍କୁ ଜଳଲାଗି କଲେ ହଜାର ହଜାର କାଉଡିଆ, ଭିଡକୁ ଦୃଷ୍ଟିରେ ରଖି ପୀଠରେ କଡା ସୁରକ୍ଷା ବ୍ୟବସ୍ଥା

ଭଦ୍ରକ, ୧୯ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଶ୍ରାବଣ ମାସର ଶେଷ ସୋମବାରରେ ଆଜି ଆରଡି ପୀଠର ବାବା ଆଖଣ୍ଡଳମଣିଙ୍କୁ ଜଳଲାଗି କରିବା ପାଇଁ ହଜାର ହଜାର କାଉଡିଆଙ୍କ ଭିଡ ପରିଲକ୍ଷିତ ହୋଇଥିଲା । ଏହି ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ରବିବାର ଠାରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ସେହିପରି ପୀଠରେ ଥିବା ୩ଟି ନଦୀଘାଟରେ ଯେଭଳି ସୁରକ୍ଷିତ ଭାବେ କାଉଡିଆମାନେ ନଦୀପାର ହୋଇ ଆସିଲେ ସେଥିପାଇଁ ଘାଟର ଉଭୟ ପାଶ୍ୱର୍ରେ ଓଡ୍ରାଫ୍ ଟିମ୍ ଓ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯାଇଥିଲା । ଡଙ୍ଗାରେ ଅଧିକ ସଂଖ୍ୟକ କାଉଡିଆ ପାରି ନକରିବାକୁ ୨ ଜଣ ଅଧିକାରୀଙ୍କ ସହ ୬ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା । ରବିବାର ଠାରୁ ବାବାଙ୍କ ଉପରେ କାଉଡିଆମାନେ ଜଳଲାଗି କରିଥିଲେ ।