Home ଓଡ଼ିଶା ଶ୍ରୀକୃଷ୍ଣଙ୍କ ପାଖରେ ଭୋଗ ଲାଗିଲା ୭୦୧ ପ୍ରକାର ସ୍ଵାଦିଷ୍ଟ ବ୍ୟଞ୍ଜନ

ଶ୍ରୀକୃଷ୍ଣଙ୍କ ପାଖରେ ଭୋଗ ଲାଗିଲା ୭୦୧ ପ୍ରକାର ସ୍ଵାଦିଷ୍ଟ ବ୍ୟଞ୍ଜନ

30

ପୁରୀ, ୧୫।୧୨ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଗୋଟିଏ କି ଦୁଇପ୍ରକାର ନୁହେଁ ଭଳିକି ଭଳି ୭୦୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ। ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ମାତା ମଠରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ୭୦୧ ପ୍ରକାର ସୁସ୍ୱାଦ୍ୟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି। ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ଶ୍ରୀ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ମାତା ମଠରେ ଦିନ ତମାମ ଲାଗିଥିଲା ଗହଳି। ଦୀର୍ଘବର୍ଷ ଧରି ଗୌରବିହାର ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି। ବିଶେଷ କରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ। ଦ୍ୱାପର ଯୁଗରେ ମା’ ଯଶୋଦା ସ୍ନେହ, ଶ୍ରଦ୍ଧାର ସହ ଏହି ବ୍ୟଞ୍ଜନ ଦ୍ଵାଦଶୀ ତିଥିରେ ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଖେଇବା ଦେଇଥିଲେ।ଏହି ପରମ୍ପରା ସ୍ମୃତି କୁ ଉଜ୍ଜ‌୍ୱୀବିତ କରି ରଖିଛନ୍ତି ବୈଷ୍ଣବ ଗୌଡ଼ୀୟ ମାନେ।

ଏହି ପର୍ବର ଯଥେଷ୍ଟ ପୂର୍ବରୁ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ପାଇଁ ଆରମ୍ଭ ହୁଏ ପ୍ରକ୍ରୀୟା। ଗଞ୍ଜାମ, ଗଜପତି, ପୁରୀ ତଥା ପଶ୍ଚିମବଙ୍ଗର ବହୁ ଶ୍ରଦ୍ଧାଳୁ ମାନେ ଆଶ୍ରମ ରେ ପୂର୍ବ ଦିନ ରୁ ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ ମନୋଭାବ ରଖି ଏହି କାର୍ଯ୍ୟ କରିଥାନ୍ତି। ଏହା ପରେ ପ୍ରସାଦ ଲାଗି ପରେ ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତ ଭକ୍ତ ପ୍ରସାଦ ସେବନ କରିଥାନ୍ତି। ଚଳିତ ବର୍ଷ ପ୍ରସ୍ତୁତ ୭୦୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ ମଧ୍ୟରେ ରହିଥିଲା ସାଧା, ମିଠା କାନିକା, ଖେଚେଡ଼ି ଓ ଘିଅଅନ୍ନ ପରି ୧୭ ପ୍ରକାର ଅନ୍ନ, ୧୮ ପ୍ରକାର ଖିରି, ୫୧ ପ୍ରକାର ତରକାରି, ୧୬୧ ପ୍ରକାର ଚଟଣି। ଉଭୟ ମହିଳା ଓ ପୁରୁଷ ଭକ୍ତ ମାନେ ପରିବା କଟାକଟି ଓ ରୋଷେଇ କାର୍ଯ୍ୟରେ ଲାଗିଥିଲେ। ରୋଷେଇ ପାଇଁ ବ୍ୟବହୃତ ହୋଇଥିଲା ୨୦ଟି ଚୁଲି। ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ରାଜ୍ୟର ପାରମ୍ପରିକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା।

ପ୍ରତି ବର୍ଷ ପ୍ରାୟ ୫୦୦ ରୁ ଉର୍ଦ୍ଧ୍ବ ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ ହେଉଥିବା ବେଳେ ଚଳିତବର୍ଷ ୭୦୨ ପ୍ରକାର ରେକର୍ଡ଼ ସଂଖ୍ୟକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା ମାତା ମଠରେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.