Home ଆମ ପର୍ବ ପର୍ବାଣୀ ଶ୍ରୀକ୍ଷେତ୍ରରେ ପିତୃପକ୍ଷ

ଶ୍ରୀକ୍ଷେତ୍ରରେ ପିତୃପକ୍ଷ

109

ପୁରୀ ୨୨ ସେପ୍ଟେମ୍ବର (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ବୁଧବାରଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। କୋଭିଡ କଟକଣା ଯୋଗୁ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ନ ଥିବାରୁ ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି। ଏନେଇ ଆଜି ସକାଳୁ ପୁରୀର ବିଭିର୍ଣ୍ଣ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବା ଦେଖିବାକୁ ମିଳିଛି। ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.