Home ଓଡ଼ିଶା ଶ୍ରୀଜିଉଙ୍କର ବନକଲାଗି ନୀତି

ଶ୍ରୀଜିଉଙ୍କର ବନକଲାଗି ନୀତି

109

ପୁରୀ, ୧୯/୧୨ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) – ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଦତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିଥିଲେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରଶାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥିଲା। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରି ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖଶୃଙ୍ଗାର କରାଯାଇଥିଲା। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଅପରାହ୍ନ ୪ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ନୀତି ସଂପନ୍ନ ହେବା ପରେ ପୁନରାଏ ସର୍ବସାଧାରଣ ଦର୍ଶନ ଓ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହୋଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.