Home ଓଡ଼ିଶା ଶ୍ରୀଜିଉଙ୍କର ବନକଲାଗି ନୀତି ସମ୍ପନ୍ନ

ଶ୍ରୀଜିଉଙ୍କର ବନକଲାଗି ନୀତି ସମ୍ପନ୍ନ

30

ପୁରୀ-୨୮/୧୦ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) : ଆଜି ଶ୍ରୀମନ୍ଦିରରେ ରତ୍ନ ସିଂହାସନ ଉପରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନ ବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିଥିଲେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରାଯାଇଥିଲା। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ୪ଘଣ୍ଟାର ନୀତି ବନ୍ଦ ରହିଥିଲା। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ଅନ୍ୟାନ୍ୟ ନୀତି ଆରମ୍ଭ ହୋଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.