Home ଓଡ଼ିଶା ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ

ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ

63

ପୁରୀ ୨୫-୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି ଅଣସର ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହୋଇଛି ରାଜପ୍ରାସାଦ ବିଜେ ନୀତି। ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିର ରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଛି। ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା। ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିଛନ୍ତି। ସେପଟେ କୋଭିଡ ପ୍ରକୋପ ନ ଥିବା ହେତୁ ଚଳିତ ବର୍ଷ ବଡ଼ ଦାଣ୍ଡ ଭକ୍ତ ମୟ ହେବ। ସବୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନ ରଥ ଉପରେ ପାଇବେ ବୋଲି ଗଜପତି ମହାରାଜା କହିଛନ୍ତି। ମହାପ୍ରଭୁଙ୍କ କୃପା ଏହା ସମ୍ଭବ ହେବାକୁ ଯାଉଥିବା ଗଜପତି କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.