Home Top News ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ

ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ

70

ପୁରୀ ୨୪-୫ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ଯାଏଁ ଚାଲିବ। ଆସନ୍ତା ଜ୍ୟେଷ୍ଠ କୃଷ୍ଣ ଏକାଦଶୀ ଅର୍ଥାତ୍ ୨୬ରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ।

ବୈଶାଖ ଶୁକ୍ଳ ତୃତୀୟ ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ୍ ସ୍ନାନ ପୂର୍ଣ୍ଣିମା ପୂର୍ବ ଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ। ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ରୂପେ ପାଳିତ ହୋଇଥାଏ। ତେବେ ଆଜି ଶ୍ରୀଜୀଉମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି। ଏହି ୨୧ ଦିନ ମହାପ୍ରଭୁଙ୍କର ଚନ୍ଦନ ଓ ଆଲଟ ଲାଗି କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ବୋଲି କହିଛନ୍ତି ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାରକ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.