Home ଜିଲ୍ଲା ପରିକ୍ରମା ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ ପର୍ବ

ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ ପର୍ବ

27

ପୁରୀ, ୦୯।୧୨।- ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢ଼ଣ ଷଷ୍ଠୀ ପର୍ବ। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଇଛି। ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟରେ ପ୍ରସ୍ତୁତ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିଛନ୍ତି ମହାପ୍ରଭୁ। ଏହି ଘୋଡ଼ଲାଗି ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ଭିନ୍ନ ଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଗତକାଲି ତିନି ଠାକୁରଙ୍କ ସହ ମା ବିମଳା, ଲକ୍ଷ୍ମୀ, ସରସ୍ୱତୀ ଓ ମଦନମୋହନଙ୍କ ପାଇଁ ପ୍ରସ୍ତୁତ ଘୋଡ଼ ଅଧିବାସ ହୋଇଥିଲା। ଆଜି ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.