Home ଓଡ଼ିଶା ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

165

ପୁରୀ ୧୬/୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) : ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ହରିହର ବେଶ ଅନୁଷ୍ଠିତ ହୋଇଯାଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଥିଲା। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ, ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ) ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦିପାବଳୀ ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦିପାବଳୀ ଅମାବାସ୍ୟା ପରେ ଆଜି ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅବକାଶ ନୀତି ପରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଥିଲା। କିନ୍ତୁ, ମହାପ୍ରଭୁ ଜଗନ୍ନାଥ ରାଧା-ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧା-ଦାମୋଦର ବେଶରେ ସଜ୍ଜିତ କରଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କ ରାଧା-ଦାମୋଦର ବେଶ ଦର୍ଶନ ଦିଅନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.