Home ଓଡ଼ିଶା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି

ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି

23

ପୁରୀ ୨୦-୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ବିଶେଷ ନୀତି ପାଇଁ ଆଜି ଅପରାହ୍ନ ୫ ଟା ରୁ ରାତ୍ର ୯ ଟା ଯାଏ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉ ମାନଙ୍କ ପଇତା ଲାଗି ନୀତି ଦ୍ଵିତୀୟ ଭୋଗମଣ୍ଡପ ଶେଷ ପରେ ଅନୁଷ୍ଠିତ ହେବ। ଏହି ପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଟି ଗତ ସେବା ଅଟେ। ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବାପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ। ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ଉକ୍ତ ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି। ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.