Home ଓଡ଼ିଶା ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

43

ପୁରୀ ୧୭-୧୦ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା। କୋଭିଡ୍ କଟକଣା ଯୋଗୁଁ ଅରୁଣସ୍ତମ୍ବ ନିକଟରୁ ପତିତପାବନ ଦର୍ଶନ କରି ଆଶିର୍ବାଦ ନେଇଥିଲେ। ତା’ପରେ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଥିବା ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ତଦାରଖ କରିଥିଲେ। ଏହି ଅବସରରେ ଐତିହ୍ୟ କରିଡର ପରିସର ଉଚ୍ଛେଦ ସ୍ଥଳ ମଧ୍ୟ ଦେଖିଥିଲେ। ଲଙ୍ଗୁଳିମଠ ସମ୍ମୁଖ ବଡଦାଣ୍ଡରେ ବସି ନକ୍ସା ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ। ତେବେ ଗତକାଲି ଥିଲା ମୁଖ୍ୟମନ୍ତ୍ରୀଙ୍କର ୭୫ତମ ଜନ୍ମ ଜୟନ୍ତୀ। କୋଭିଡ୍ ଯୋଗୁଁ ନିରାଡାମ୍ବର ଭାବେ ପାଳନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଆଶିର୍ବାଦ ଭିକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ସମୟରେ ୫T ସଚିବ ଭି କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରୀଷନ କୁମାର, ଜିଲ୍ଲାପାଳ ବଲୱନ୍ତ ସିଂ, ଡିଆଇଜି ଆଶିଷ ସିଂ, ଏସପି ଅଖିଳେଶ୍ୱର ସିଂଙ୍କ ସହ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.