Odiapua.com

ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ ୧୫ -୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ କୁ ନେଇ ଶ୍ରୀମନ୍ଦିର ପ୍ରଶାସନର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ ର ବରିଷ୍ଠ ଅଧିକାରୀ ସାମିଲ ହୋଇ ଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କହିବା କଥା ଶ୍ରୀମନ୍ଦିର ପରିକ୍ରମା ମାର୍ଗର ନିର୍ମାଣ କାର୍ଯ୍ୟ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ। ୨୨ ରୁ ୨୫ ତାରିଖ ଯାଏଁ ଶ୍ରୀମନ୍ଦିର ର ଐସାନ କୋଣ ରେ ଏହି ଯଜ୍ଞ ହେବ। ୨୪ ତାରିଖରେ ଯଜ୍ଞ ପୂର୍ଣାହାତି ହେବ। ଉକ୍ତ ଦିନ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଶିଳାନ୍ୟାସ ଉତ୍ସଵ ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର ସମ୍ଭାବନା ଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି। ତେବେ ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କୋଉ ଦିନ ଯୋଗ ଦେବେ ସରକାରୀ ଭାବେ ଘୋଷଣା ହୋଇ ନ ଥିବା ବେଳେ ଯଜ୍ଞ ପୂର୍ଣାହତି ଦିନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି।