Home ଜିଲ୍ଲା ପରିକ୍ରମା ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମହାଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମହାଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

27

ଭଦ୍ରକ, ୮ା୫ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ବ୍ଲକ ଅନ୍ତର୍ଗତ ବନ୍ଧଙ୍ଗା ଗ୍ରାମ ପଂଚାୟତ କାଳିଦାସ ପୁର ସ୍ଥିତ ଶ୍ରୀ ଶ୍ରୀ ହରିହାଟ ପୀଠ ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମହାଦେବ ମନ୍ଦିର ର ପ୍ରତିଷ୍ଠା ଉତ୍ସବରେ ଯୋଗଦାନ କରି ବାବା ନୀଳକଣ୍ଠେଶ୍ୱର ମହାଦେବ ଙ୍କ ପୂଜାର୍ଚ୍ଚନା କରିବା ସହ ଜଗତ କଲ୍ୟାଣ ନିମନ୍ତେ ପ୍ରାର୍ଥନା କରିଛନ୍ତି ବିଜୁ ଜନତା ଦଳର ରାଜ୍ୟ ବରିଷ୍ଠ ଉପ-ସଭାପତି ପ୍ରଫୁଲ୍ଲ ସାମଲ। ଅନ୍ୟମାନଙ୍କ ମଧ୍ୟରେ ବିଜୁ ଜନତା ଦଳର ପୂର୍ବତନ ଭଦ୍ରକ ବ୍ଲକ ସଭାପତି ପ୍ରଫୁଲ୍ଲ ନାୟକ, ପୂର୍ବତନ ବ୍ଲକ ସମ୍ପାଦକ ରଘୁନାଥ ପଣ୍ଡା, ବରିଷ୍ଠ ନେତା ଟୁଟୁ ନନା, ବିଜୁ ଯୁବ ଜନତା ଦଳର ପୂର୍ବତନ ରାଜ୍ୟ ସମ୍ପାଦକ ବିକାଶ ଶ୍ରେଷ୍ଠା ଏବଂ ବରିଷ୍ଠ ଓ ଯୁବ ନେତୃମଣ୍ଡଳୀ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.