Odiapua.com

ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୯ ରୁ ଆରମ୍ଭ

ନୂଆ ଦିଲ୍ଲୀ ୩-୭ (ଓଡ଼ିଆ ପୁଅ) ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୯ ରୁ ଆରମ୍ଭ ହେବ। ଯଦି କୌଣସି ବିଶେଷ ପରିସ୍ଥିତି ନ ଉପୁଜେ, ତେବେ ଅଧିବେଶନ ୧୩ ଅଗଷ୍ଟ ପର୍ଯ୍ୟନ୍ତ ଜାରି ରଖିବାକୁ ସ୍ଥିର ହୋଇଛି। ସଂସଦୀୟ ବ୍ୟାପାର ଉପରେ କ୍ୟାବିନେଟ କମିଟି ଜୁଲାଇ ୧୯ ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ କରିବାକୁ ସୁପାରିଶ କରିଥିଲା। ଏହି ୨୦ କାର୍ଯ୍ୟ ଦିବସ ଅଧିବେଶନରେ ଅନେକ ବିଲ୍ ଉପସ୍ଥାପିତ ହେବାର ସମ୍ଭାବନା ଅଛି।