Odiapua.com

ସମଲେଶ୍ବରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ସକାଶେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ମରୀୟ ପ୍ରତିନିଧୂ ଦଳଙ୍କ ମା’ ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ

ସମ୍ବଲପୁର,୧୯/୦୧(ଓଡ଼ିଆ ପୁଅ/ସରୋଜ ସାହୁ): ସମ୍ବଲପୁରର ଅଧୃଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧୁ ଦଳ ମଙ୍ଗଳବାର ସମ୍ବଲପୁର ଆସି ମା’ ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ସେ ଅଞ୍ଚଳର ବିକାଶ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଓଡିଶାର ପ୍ରସିଦ୍ଧ ଶକ୍ତି ପୀଠ ମାନଙ୍କ ମଧ୍ୟରେ ମା’ ସମଲେଶ୍ବରୀଙ୍କ ପୀଠ ଅନ୍ୟତମ ଅଟେ। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମା’ ଙ୍କ ଆଶୀର୍ବାଦ ପାଇଁ ଆସିଥାନ୍ତି। ଏହି ପୀଠର ଗୁରୁତ୍ବ ଓ ମହିମାକୁ ଦୃଷ୍ଟିରେ ରଖି ଏହାକୁ ଅଧୁକ ଆକର୍ଷଣୀୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ଼ର ଠିକ୍ ପୂର୍ବରୁ ମନ୍ଦିର ପରିଦର୍ଶନ ଅବସରରେ ଘୋଷଣା କରିଥିଲେ। ସମଲେଶ୍ବରୀ ମନ୍ଦିର ବିକାଶ ପ୍ରକଳ୍ପରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ପାରିପାର୍ଶିକ ବିକାଶ, ଐତିହ୍ୟ କରିଡରର ବିକାଶ, ଭୋଗମଣ୍ଡପ, ଯାତ୍ରୀ ଓ ଭକ୍ତ ନିବାସ, ପାଙ୍କି ସୁବିଧା ଏବଂ ନଦୀ ସମ୍ମୁଖ ଭାଗର ବିକାଶକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥରେ ମନ୍ଦିର ର ପୂଜାରୀ ତଥା ଜମି ହରାଉଥିବା ଲୋକମାନଙ୍କର ଥଇଥାନ ଓ ପୁନର୍ବାସ ପାଇଁ ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରାଯିବା ବୋଲି ଜଣାଯାଇଛି। ରାଜ୍ୟ ସରକାରଙ୍କର ୫ ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ୨ ବର୍ଷ ପରେ ପ୍ରକଳ୍ପ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଏହି ପ୍ରତିନିଧୂ ଦଳରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହିତ ଏ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ରାଜ୍ୟ ପୂର୍ତ୍ତ ସଚିବ ଓ ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ ସେନା ଏ ଯୋଜନା ସଂପର୍କରେ ଉପସ୍ଥାପନା ଦେଇଥିଲେ। ଉତ୍ତରାଞ୍ଚଳ ଆର୍.ଡି.ସି ନିରଞ୍ଜନ ସାହୁ, ଆଇ.ଜି ନରସିଂହ ଭୋଳ, ଏବଂ ଏସ୍.ପି ଵି. ଗଙ୍ଗାଧର ପ୍ରମୁଖ ଉପସ୍ଥିତ ଥିଲେ।