Home ଓଡ଼ିଶା ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ: ମତ୍ସଜିବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା...

ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ: ମତ୍ସଜିବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ

32

ପୁରୀ, ୦୨।୧୨ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ଖୁବ୍ ବେଗରେ ପବନ ବୋହିବା ଆଶଙ୍କା ଥିବାରୁ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି। ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି। ବାତ୍ୟା ଜୱାଦ ପ୍ରଭାବରେ ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ବାତ୍ୟା ପରବର୍ତ୍ତୀ ପରିସ୍ଥିତିର ମୁକାବିଲା ଓ ସଠିକ କ୍ଷୟକ୍ଷତିର ଆକଳନ ଉପରେ ଜିଲ୍ଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବାତ୍ୟା ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି। ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ନା ପ୍ରସବା ମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯିବ। ବୟସ୍କ ବ୍ୟକ୍ତି ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଓ ଯତ୍ନ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି। ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବ। ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ କୋଭିଡ ନୀୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ନିମନ୍ତେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବା ନିମନ୍ତେ କୃଷକ ବନ୍ଧୁ ମାନଙ୍କୁ ପରାମର୍ଶ ଦିଆଯାଇଛି। ଜିଲ୍ଲାର କେତେକ ଉପକୂଳବର୍ତ୍ତି ଅଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି।

ପାଣିପାଗ ବିଭାଗର ସ୍ପଷ୍ଟ ସୂଚନା ମିଳିଲା ପରେ ସ୍ଥାନାନ୍ତରିତ ପ୍ରକ୍ରିୟା ଆରମ୍ଭ ହେବ। ତେବେ ବାତ୍ୟା ପ୍ରଭାବରେ ବର୍ଷା ଯୋଗୁଁ ଧାନ ଓ ପନିପରିବା ଚାଷ ବେଶୀ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି।ଏଣୁ ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.