Home Top News ସରକାରୀ ମହାବିଦ୍ୟାଳୟଗୁଡ଼ିକରେ ୩୩୪ଟି ଅଣ ଅଧ୍ୟାପକ ନିଯୁକ୍ତି

ସରକାରୀ ମହାବିଦ୍ୟାଳୟଗୁଡ଼ିକରେ ୩୩୪ଟି ଅଣ ଅଧ୍ୟାପକ ନିଯୁକ୍ତି

55

ଭୁବନେଶ୍ୱର, ୨୦/୦୮ (ଓଡ଼ିଆ ପୁଅ) ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟଗୁଡ଼ିକରେ ୩୩୪ ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ ହେବେ। ଏମାନଙ୍କ ମଧ୍ୟରେ ୧୮ ଜଣ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଟି), ୨୫ ଜଣ କନିଷ୍ଠ ଗ୍ରନ୍ଥାଗାରିକ (ଜୁନିଅର ଲାଇବ୍ରେରିଆନ୍) ଏବଂ ୨୯୧ ଜଣ ବିଜ୍ଞାନାଗାର ସହାୟକ ତଥା ଭଣ୍ଡାର ରକ୍ଷକ (ଲାବୋରେଟୋରୀ ଆସିଷ୍ଟାଣ୍ଟ-କମ୍-ଷ୍ଟାର କିପର) ଅଛନ୍ତି। ନବନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକମାନଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଆସନ୍ତା ଅଗଷ୍ଟ ୨୫ ତାରିଖ ଅପରାହ୍ନ ୫.୩୦ ସମୟରେ ଲୋକସେବା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକମାନଙ୍କୁ ନିଯୁକ୍ତି ଆଦେଶ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉପସ୍ଥିତ ରହି ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.