Home Top News ସାମ୍ଭାବ୍ୟ ବାତ୍ୟାକୁ ନେଇ ଅପରାହ୍ନରେ ଉଚ୍ଚ ସ୍ତରୀୟ ବୈଠକ

ସାମ୍ଭାବ୍ୟ ବାତ୍ୟାକୁ ନେଇ ଅପରାହ୍ନରେ ଉଚ୍ଚ ସ୍ତରୀୟ ବୈଠକ

41

ଭୁବନେଶ୍ବର ୧୮-୧୦ (ଓଡ଼ିଆ ପୁଅ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ହେବାର ସମ୍ଭାବନା ଥିବାରୁ ଆଜି ଅପରାହ୍ନ ୪ରେ ପ୍ରଶାସନ ତରଫରୁ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ହେବ। ତେବେ ବାତ୍ୟା ପୂର୍ବରୁ ପ୍ରଶାସନ ତରଫରୁ କେଉଁ କେଉଁ ପ୍ରସ୍ତୁତି ପଦକ୍ଷେପ ନିଆଯିବ ସେ ନେଇ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯିବ।

ଅପର ପକ୍ଷରେ ଆସନ୍ତା ୨୨ରୁ ସମୁଦ୍ର ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ନିଷେଧ କରାଯାଇଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲା ପାଣିପାଗ ବିଭାଗ। ଆସନ୍ତା ୨୨ରୁ ସମୁଦ୍ର ଅଶାନ୍ତ ରହିବା କାରଣରୁ ବାରଣ କରାଯାଇଛି।

ଅପରପଟେ ସରକାରୀ କର୍ମଚାରୀଙ୍କ ଛୁଟିକୁ ମଧ୍ୟ ବାତିଲ କରାଯାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ସୂଚନା ଜାରୀକରାଯାଇଛି। ତେବେ ସାମ୍ବାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ସରକାରୀ କର୍ମଚାରୀଙ୍କୁ ୨୩ ରୁ ୨୫ ପର୍ଯ୍ୟନ୍ତ ହେଡକ୍ୱାର୍ଟର ଛାଡ଼ିବାକୁ ମନା କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.