Home ଓଡ଼ିଶା ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ:ସମୀର ମହାନ୍ତି

ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ:ସମୀର ମହାନ୍ତି

237

– ଏହା ବୋଧହୁଏ ମହାପ୍ରଭୁଙ୍କ ଇଚ୍ଛା
– ରଥଯାତ୍ରା ବନ୍ଦ ପ୍ରସଙ୍ଗରେ ବିଜେପିର ପ୍ରତିକ୍ରିୟା
ଭୁବନେଶ୍ୱର ୧୮/୦୬ (ଓଡ଼ିଆ ପୁଅ) : ସୁପ୍ରିମକୋର୍ଟ ମହାପ୍ରଭୁଙ୍କ ରଥଯାତ୍ରା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି।

ଶ୍ରୀ ମହାନ୍ତି କହିଛନ୍ତି ଦେଶ କରୋନା ମହାମାରୀର ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଛି। ମନନମାନିଲେ ବି ରଥଯାତ୍ରା ନେଇ ମାନ୍ୟବର ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ। ଏହା ବୋଧହୁଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଇଚ୍ଛା ବୋଲି ଶ୍ରୀ ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.