Home ଓଡ଼ିଶା ସୁବାସ ଚୌହାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ – ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ...

ସୁବାସ ଚୌହାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ – ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ବଡ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ

250

ଭୁବନେଶ୍ୱର, ମେ ୧୦ (ଓଡ଼ିଆ ପୁଅ) – ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାଷ ଚୌହ୍ବାନଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଶ୍ରୀ ସୁବାଷ ଚୌହ୍ବାନଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖୁତ ଓ ମର୍ମାହତ। ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି। ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.