Home ଜିଲ୍ଲା ପରିକ୍ରମା ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ ନିମନ୍ତେ ବୁଲିଲା ସଚେତନତା ରଥ:

ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ ନିମନ୍ତେ ବୁଲିଲା ସଚେତନତା ରଥ:

81

– ଆସନ୍ତାକାଲି ସ୍ବତନ୍ତ୍ର ଅଭିଯାନ ଦିବସ ଭାବେ ପାଳିତ ହେବ
– ପ୍ରତ୍ୟେକ ବୁଥରେ ଉପସ୍ଥିତ ରହିବେ ବିଏଲ୍ଓ

ପୁରୀ ୨୦ -୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) – ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଧେଶାନାମା ଅନୁଯାୟୀ ଜିଲ୍ଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଆସନ୍ତା ଜାନୁୟାରୀ ପହିଲା ପର୍ଯ୍ୟନ୍ତ ୧୮ ବର୍ଷ ବୟସ ହେଉଥିବ ସେମାନେ ନୂତନ ଭୋଟର ଭାବେ ନାମ ପଞ୍ଜିକରଣ କରି ପାରିବେ। ଏ ସଂପର୍କରେ ସଚେତନତା ସୃଷ୍ଟି ନିମନ୍ତେ ଏକ ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଶୁଭାରମ୍ଭ କରିଛନ୍ତି। ଏହି ରଥ ଜିଲ୍ଲାର ସମସ୍ତ ବ୍ଲକ ବୁଲି ସଚେତନତା ସୃଷ୍ଟି କରିବ। ନୂତନ ଭୋଟର ଭାବେ ପଞ୍ଜିକରଣ ନିମନ୍ତେ ଫର୍ମ-୬, ପ୍ରବାସୀ ଭାରତୀୟ ମାନଙ୍କ ପଞ୍ଜିକରଣ ନିମନ୍ତେ ଫର୍ମ -୬ କ, ଭୋଟର ତାଲିକାରୁ ନାମ ବାଦ ପାଇଁ ଫର୍ମ-୭, ତ୍ରୁଟି ସଂଶୋଧନ ପାଇଁ ଫର୍ମ-୮, ସ୍ଥାନାନ୍ତରଣ ନିମନ୍ତେ ଫର୍ମ-୮ କ ମାଧ୍ୟମରେ ବୁଥ ସ୍ତରରେ ବିଏଲଓଙ୍କ ନିକଟରେ ଆବେଦନ କରିପାରିବେ। ଏହି କାର୍ଯ୍ୟକ୍ରମ ଚଳିତ ମାସ ପହିଲାରୁ ଆରମ୍ଭ ହୋଇଛି ଏବଂ ଚଳିତ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ଡିସେମ୍ବର ୨୦ ତାରିଖ ସୁଦ୍ଧା ସମସ୍ତ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ କରାଯାଇ ଆସନ୍ତା ବର୍ଷ ଜାନୁୟାରୀ ୫ ତାରିଖରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଭୋଟର ହେଲ୍ପଲାଇନ ଆପ, National Voter Service Portal ଏବଂ ଭୋଟର ସହାୟତା କେନ୍ଦ୍ର ମାଧ୍ୟମରେ ଭୋଟର ମାନେ ସେମାନଙ୍କ ତଥ୍ୟ ପାଇପାରିବେ। ଉପ ଜିଲ୍ଲାପାଳ ଓ ସମସ୍ତ ବି.ଡି.ଓ ମାନଙ୍କ କାର୍ଯ୍ୟାଳୟରେ ଭୋଟର ସହାୟତା କେନ୍ଦ୍ର ଖୋଲାଯାଇଛି। କୌଣସି ଭୋଟର ଯେପରି ଭୋଟ ଦାନରୁ ବଞ୍ଚିତ ନହୁଅନ୍ତି ଏଥିନିମନ୍ତେ ଆସନ୍ତାକାଲି ରବିବାର ଦିନ ସ୍ବତନ୍ତ୍ର ଅଭିଯାନ ଦିବସ ପାଳନ କରାଯିବ। ବୁଥ ସ୍ତରୀୟ ଅଧିକାରୀ ମାନେ ବୁଥ ଗୁଡିକରେ ଉପସ୍ଥିତ ରହିବେ। ଜିଲ୍ଲାରେ ୭ ଲକ୍ଷ ୧୫ ହଜାର ୯୧୨ ଜଣ ପୁରୁଷ, ୬ ଲକ୍ଷ ୬୮ ହଜାର ୨୮୮ ଜଣ ମହିଳା ଓ ଅନ୍ୟାନ୍ୟ ୬୯ ଜଣଙ୍କୁ ମିଶାଇ ମୋଟ ୧୩ ଲକ୍ଷ ୮୪ ହଜାର ୨୬୯ ଜଣ ଭୋଟର ଅଛନ୍ତି।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ନିର୍ବାଚନ ଡେପୁଟି କଲେକ୍ଟର ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.