Home ଓଡ଼ିଶା ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା...

ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା

100

ଭୁବନେଶ୍ୱର ତା ୨୯.୧୦ (ଓଡ଼ିଆ ପୁଅ) ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ଗ୍ରାମ ପଂଚାୟତର ଭିଏଲ୍ଡବ୍ଲୁ ୰ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ତା ୩୧.୧୦.୨୦୧୯ ରିଖ ଗୁରୁବାର ପୂର୍ବାହ୍ନ ୧୦ ଘଂଟା ଠାରୁ ଦିବା ୧ ଘଂଟା ପର୍ଯ୍ୟନ୍ତ ରାଜଭବନ ସମ୍ମୁଖରେ ଏକ ଧାରଣା ଓ ପ୍ରତିବାଦ ସଭାର ଆୟୋଜନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତଥ୍ୟ ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ତଥା ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ବିଧାୟକ ଇଂ. ମହମ୍ମଦ ମୋକିମ୍ ଏ ସଂପର୍କରେ ଗଣମାଧ୍ୟମକୁ ଜଣାଇଛନ୍ତି। କାର୍ଯ୍ୟକ୍ରମ ପରେ କଂଗ୍ରେସ ପକ୍ଷରୁ ଏକ ସ୍ମାରକ ପତ୍ର ମାନ୍ୟବର ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ କଂଗ୍ରେସ ନେତା, କର୍ମୀ, ମହିଳା କଂଗ୍ରେସ, ଛାତ୍ର କଂଗ୍ରେସ, ଯୁବ କଂଗ୍ରେସ, ସେବାଦଳ ଓ ବିଭିନ୍ନ ପ୍ରକୋଷ୍ଠ ଓ ବିଭାଗର କର୍ମକର୍ତାମାନେ ଯୋଗଦେବାକୁ ପିସିସି ପକ୍ଷରୁ ଅନୁରୋଧ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.