Odiapua.com

ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିର ରଜତ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ଭଦ୍ରକ, ୨୨ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଗତ ଦୁଇ ଦିନ ଧରି ଭଦ୍ରକ ଜିଲା ବନ୍ତ ବ୍ଲକ କପାଳୀକ୍ଷେତ୍ର ନିମାପଡାସ୍ଥିତ ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରରେ ପାଳିତ ହେଉଥିବା ରଜତ ଜୟନ୍ତୀ ସମାରୋହ ଉଦ୍‌ଯାପିତ ହୋଇଯାଇଛି । ବନ୍ତ ଆଂଚଳିକ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ.ଶୁଭେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ବିଶିଷ୍ଟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ମୁଖ୍ୟ ବକ୍ତା ଭାବେ ଧାମନଗର ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ତଥା ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟ ପବିତ୍ର ପାଣିଗ୍ରାହୀ, ସମ୍ମାନୀତ ଅତିଥି ଭାବେ ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ସ୍ମୃତି ରଞ୍ଜନ ସ୍ୱାଇଁ, ଶିକ୍ଷାବିତ୍ ଗଣେଶ ପ୍ରସାଦ କରଶର୍ମା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୂର୍ଯ୍ୟମଣି ରାଉଳ, ସମ୍ପାଦକ ପ୍ରକାଶ ଚନ୍ଦ୍ର ସାହୁ, ଲକ୍ଷ୍ମୀ ନାରାୟଣ ଦାସଶର୍ମା, ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ଚନ୍ଦ୍ର ସାମଲ, ହୃଷିକେଶ ମିଶ୍ର, ପୂର୍ବତନ ସରପଂଚ ବିଜୟ ବିଶ୍ୱାଳ, ଶରତ ଚନ୍ଦ୍ର ଜେନା, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ଅଜୟ କୁମାର ପୃଷ୍ଟି, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ଇତିଶ୍ରୀ ମହାପାତ୍ର ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ମୁଖପତ୍ର ‘କୈଶୋରିକା’ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ପରେ ବହୁ ପ୍ରତିଭାଧର ବ୍ୟକ୍ତି, ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ପରିଚାଳନା କମିଟିର କର୍ମକର୍ତାଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିସହ ବିଦ୍ୟାଳୟର ବହୁ କୃତୀ ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା । ୨ୟ ଅଧିବେଶନରେ ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଡ.ପ୍ରଫୁଲ୍ଲ କୁମାର ସାହୁ, ଭୁବନେଶ୍ୱରସ୍ଥିତ ଗୀତା ଇଞ୍ଜିନୟରିଂ କଲେଜର ଅଧ୍ୟକ୍ଷ ଡ.ମନ୍ମଥ କୁମାର ରାଉଳ, ରାଷ୍ଟ୍ରପତି ପୁରସ୍କୃତ ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପାଢୀ, ସମାଜସେବୀ ଲମ୍ବୋଦର ଶଂଖୁଆ ଅତିଥି ଭାବେ ଯୋଗ ଦେଇଥିଲେ । ସନ୍ଧ୍ୟାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେହିପରି ଉଦ୍‌ଘାଟନୀ ଦିବସର ୨ୟ ଅଧିବେଶନରେ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ପ୍ରଫୁଲ୍ଲ ସାମଲ, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶଶୀ ଶେଖର କରଶର୍ମା, ଇଂ.ଅଭୟ ସୂତାର, ଏବିଇଓ ଭାଗିରଥି ପାତ୍ର, ସିଆରସିସି ଉତମ କୁମାର ଦାସ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟି ଏବଂ ଷ୍ଟିୟରିଂ କମିଟିର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିଲେ ।