Home କେନ୍ଦୁଝର ହାଟଡିହି ବ୍ଲକରୁ ପୁଣି ୨ପଜେଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ ହେଲା

ହାଟଡିହି ବ୍ଲକରୁ ପୁଣି ୨ପଜେଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ ହେଲା

274

ହାଟଡିହି -୧୬ । ୮ : (ଓଡିଆପୁଅ / ବିକାଶ ବିଶ୍ୱାଳ) ହାଟଡିହି ବ୍ଲକରୁ ପୁଣି ଆଜି ୨ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଦୁଇଜଣଙ୍କ ମଧ୍ୟରୁ ଜଣେ ହାବଳେଶ୍ୱର ପଞ୍ଚାୟତ ଜମ୍ଭରା ଟିଏମସିରୁ ହୋଇଥିବାବେଳେ ଅନ୍ୟ ଜଣେ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ବୋଲି ଜଣାପଡିଛି । ଆଜି ପଜେଟିଭ ରିପୋର୍ଟ ଆସିବାପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସେମାନଙ୍କୁ କୋଭିଡ ହସପିଟାଲକୁ ପଠାଇ ଦିଆଯାଇଛି । ଆଜି ସୁଧା ହାଟଡିହି ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଛି । ସେଥିମଧ୍ୟରୁ ୧୧୧ଜଣ ଏବେ ସୁଧା ସୁସ୍ଥହୋଇ ଘରକୁ ଫେରିଥିବାବେଳେ ୪୭ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଥିବା ଶାଳଣିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.