Home ଓଡ଼ିଶା ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା : ସମସ୍ତେ...

ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା : ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

43

ଭୁବନେଶ୍ୱର ୨୩-୪ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧିମାନଙ୍କ ସହ ଆଲୋଚନା କରିଛନ୍ତି।

ଏହି ଅବସରରେ ସେ ସମସ୍ତ ପ୍ରତିନିଧିମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲରମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.