Home Top News ୟୁକ୍ରେନ୍ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ୟୁକ୍ରେନ୍ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

90

ବାକି ସମସ୍ତ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ – ମୁଖ୍ୟମନ୍ତ୍ରୀ
ମୁମ୍ବାଇ ବିମାନ ବନ୍ଦରରେ ମଧ୍ୟ ଖୋଲିବ ହେଲ୍ପ ଡେସ୍କ
ଛାତ୍ରଛାତ୍ରୀମାନେ କୃତଜ୍ଞତା ପ୍ରକାଶ କଲେ

ନୂଆ ଦିଲ୍ଲୀ ୨୮-୨ (ଓଡ଼ିଆ ପୁଅ) ଆପଣାମାନେ ସମସ୍ତେ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ବସ୍ତ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନ୍ଲାଇନ ଜରିଆରେ ଆଲୋଚନା କରି ଏହା କହିଛନ୍ତି। ଛାତ୍ରଛାତ୍ରୀମାନଙ୍କୁ ସ୍ବାଗତ କରି ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଥିଲେ।

ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ। ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ। ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା, ବିଶେଷକରି ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ।

ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ help desk ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହା ସହିତ ଭୁବନେଶ୍ୱର ରେ ପହଞ୍ଚି ବା ପରେ ପିଲାମାନଙ୍କୁ ଓଟିଡିସି ବସ୍ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।

ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନାକୁ ସଯୋଜନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.