Odiapua.com

୧୨୦ ଲିଟର ଦେଶୀ ମଦ ଜବତ, ୩ ଗିରଫ

ଭଦ୍ରକ, ୩୧ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଅବକାରୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଓ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡଙ୍କ ନେତୃତ୍ୱରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହ୍ଲାଦ ସାମଲ ଓ କର୍ମଚାରୀମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ୍ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଫତେପୁର, ମୋବାରକପୁର ଓ ପାଟୁଳି ଗ୍ରାମରେ ଚଢାଉ କରାଯାଇ ୧୨୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି । ଏବଂ ଏଥିସହ ସଂପୃକ୍ତ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଫତେପୁର ଗ୍ରାମର ନାଣ୍ଡୁ ମୁଣ୍ଡା, ପାଟୁଳି ଗ୍ରାମର ନରହରି ମଲ୍ଲିକ ଏବଂ ମୋବାରକପୁର ଗ୍ରାମର ଅର୍ଜୁନ ମୁଣ୍ଡାଙ୍କୁ ଗିରଫ କରାଯାଇଛି । ଜବତ ମଦର ଆନୁମାନିକ ମୂଲ୍ୟ ୪୦ ହଜାର ଟଙ୍କାରୁଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଏହି ଚଢାଉରେ ଏଏସ୍‌ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ଅନବାଦିତ୍ୟ ବାରିକ, ରମେଶ ନାୟକ, ଅଜିତ୍ କୁମାର ସିଙ୍କୁ, ପ୍ରଦୀପ ମଲ୍ଲିକ, ସଂଜୟ କୁମାର ପାତ୍ର ଓ ଜେନାମଣି ଜାମୁଡା ପ୍ରମୁଖ ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୩ଟି ମାମଲା ରୁଜୁ କରାଯାଇଛି ।