Odiapua.com

ରାଜ୍ୟରେ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଅବଧି ବୃଦ୍ଧି

ଭୁବନେଶ୍ୱର, ମଇ ୩୦ (ଓଡ଼ିଆ ପୁଅ) -ରାଜ୍ୟରେ କରୋନା ମୁକାବିଲା ପାଇଁ ଜାରି କରାଯାଇଥିବା ଲକଡାଉନ୍ ଅବଧିକୁ ବଢାଯାଇଛି। ଜୁନ୍ ୧ ତାରିଖ ସକାଳ ୫ଟାରୁ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଜାରି ରହିବ। ଏହି ସମୟରେ ସ୍ବାସ୍ଥ୍ୟସେବା, ଟେଷ୍ଟିଂ, ଟୀକାକରଣ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ କାର୍ଯ୍ୟ ପାଇଁ କୌଣସି କଟକଣା ନାହିଁ। ସପ୍ତାହାନ୍ତ ସଟ୍‌ଡାଉନ୍ ଜାରି ରହିବ।

ଏହି ସମୟରେ ସ୍ବାସ୍ଥ୍ୟସେବା, ଟେଷ୍ଟିଂ, ଟୀକାକରଣ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ କାର୍ଯ୍ୟ ପାଇଁ କୌଣସି କଟକଣା ନାହିଁ। ସପ୍ତାହାନ୍ତ ସଟ୍‌ଡାଉନ୍ ଜାରି ରହିବ।

ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରବିବାର ଘୋଷଣା କରିଛନ୍ତି।

ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଜୁନ ୧୭ ସକାଳ ୬ଟା ଯାଏଁ ଲକ୍ଡାଉନ୍ ଅବଧି ଲାଗୁ କରାଯାଇଛି। ହେଲେ ଲକ୍ଡାଉନ୍ ସମୟରେ ଟିକାକରଣ ସହ ଜରୁରୀକାଳୀନ ସେବା ଜାରି ରହିବ। ସପ୍ତାହାନ୍ତ ସଟ୍ଡାଉନ୍ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ୬ଟା ଯାଏଁ କରାଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୬୬୮୪ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୪୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି।

ନୂଆପଡା, ସୁନ୍ଦରଗଡ ଏବଂ ଗଜପତି ଜିଲ୍ଲାରେ ଲକଡାଉନ୍ ସମୟରେ ସକାଳ ୭ଟାରୁ ୧ଟା ପର୍ଯ୍ୟନ୍ତ ଏବଂ ଅନ୍ୟ ସମସ୍ତ ଜିଲ୍ଲାରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ପନିପରିବା, ଖୀର, ଆବଶ୍ୟକ ଖାଦ୍ୟ ସାମଗ୍ରୀ ଇତ୍ୟାଦି ପାଇଁ ଦୋକାନ ଖୋଲା ରହିବ।