Odiapua.com

୧ ଜୁଲାଇରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବ

ଭୁବନେଶ୍ୱର ୨୫.୬ (ଓଡ଼ିଆ ପୁଅ) ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ବିଭିନ୍ନ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା।

ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତି ଦୂର ହୋଇ ଯାଇଥିବାରୁ ଜୁଲାଇ ୧ ତାରିଖରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାସ୍ତରୀୟ ସବୁ ଅଭିଯୋଗ ପ୍ରକୋଷ୍ଠ ସ୍ବାଭାବିକ ଭାବରେ ପ୍ରତି ସୋମବାର ଦିନ କାର୍ଯ୍ୟକରିବ।