Odiapua.com

୨ଜଣ କରୋନା ଯୋଦ୍ଧାଙ୍କ ସହ ୨୧ ଜଣ ନୂଆ ପଜିଟିଭ ଚିହ୍ନଟ,ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୨୨୪୪,ସୁସ୍ଥହେଲେ ୧୫୪୦ ଜଣ

ମାଲକାନଗିରି,୨୯ା୮(ଓଡିଆ ପୁଅ ) ମାଲକାନଗିରି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ ଦୁଇଦିନହେଲା ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି,ଆଜି ଜିଲ୍ଲାରେ ୨ଜଣ କରୋନା ଯୋଦ୍ଧାଙ୍କ ସହ ୨୧ ଜଣ ନୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ଚିହ୍ନଟଙ୍କ ମଧ୍ୟରୁ ୧୦ଜଣ ପୁବ ର୍ସଂକ୍ରମଣଙ୍କ ସଂସ୍ପର୍ଷରେ ଆସିଥିବା ବେଳେ ୮ ଜଣଙ୍କର ରୋଗର ଲକ୍ଷଣ ଥିଲା ଓ ୩ ଜଣ ହାଉସ ସର୍ଭେରୁ ଚିହ୍ନଟ ହୋଇଛନ୍ତିି । ମାଲକାନଗିରି ପୌରପରିଷଦ ଅଚଂଳରୁ ୯ ଜଣ,ବାଲିମେଳା ଏନଏସି ଅଚଂଳରୁ ୪ ଜଣ ,କାଲିମେଳା ବ୍ଲକ ଅଚଂଳରୁ ୩ ଜଣ, ମାଲକାନଗିରି ବ୍ଲକଅଚଂଳରୁ ଜଣେ ,କୋରକୁଣ୍ଡା ବ୍ଲକ ଅଚଂଳରୁ ଜଣେ ,ଖଇରପୁଟ ବ୍ଲକ ଅଚଂଳରୁ ଜଣେ ,ମାଥିଲି ବ୍ଲକ ଅଚଂଳରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତ ୨୧ଜଣ ଙ୍କୁ ମିଶାଇ ମାଲକାନଗିରି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୪ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫୪୦ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ଓ ୬୯୮ ଜଣ କରୋନା ଆକ୍ରାନ୍ତ ଙ୍କୁ କୋଭିଡ ହସପିଟାଲରେ ଚିକିତ୍ସା କରାଯାଉ ଥିବାବେଳେ ୬ ଜଣଙ୍କର ମୃତ୍ୟୁ ଘଟିଥିବାର ଜିଲ୍ଲାପ୍ରଶାସନ ସୁତ୍ରରୁ ଜଣାପଡିଛି । ମାଲକାନଗିରି ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ୨୧ଜଣ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ଜାଚଂ ଜୋରଦାର ଚାଲିଛି । କରୋନା ସଂକ୍ରମଣରୁ ସୁରକ୍ଷିତ ରିହାବା ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଚଂଳକୁ କଟେଂନମେଟଂ ଜୋନ ବଫର ଜୋନ ଘୋଷଣା କରାଯିବା ସହ ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ୟର୍ଡି କର୍ମୀ ମାନେ ଘରଘର ବୁଲି କୋଭିଡ ଟେଷ୍ଟ ଓ ଲକ୍ଷଣର ବିବରଣୀ ସଂଗ୍ରହ କରୁଛନ୍ତି । ସହରର ଓ ସାହିବସ୍ତିର ବିଭିନ୍ନ ଛକ ସ୍ଥାନରେ ପୁଲିସ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା କରାଯାଇ ସାହିବସ୍ତିକୁ ନାକା ବନ୍ଦିକରିଦିଆ ଯାଇଛି ।ମାଲକାନଗିରି ପୌରାଚଂଳ ଓ ବାଲିମେଳା ଏନଏସି ଅଚଂଳ କୁ ପ୍ରତି ଶନିବାର ଓ ରବିବାର ଦିନ ସଟ୍‌ଡାଉନ୍ ଘୋଷଣା କରାଯାଇଛି ।