Home Top News ୨୦୨୪ ମାର୍ଚ୍ଚ ସୁଦ୍ଧା ମାଲକାନଗିରି ଏୟାରପୋର୍ଟ ସମ୍ପୂର୍ଣ୍ଣ ହେବ: ମୁଖ୍ୟ ଶାସନ ସଚିବ

୨୦୨୪ ମାର୍ଚ୍ଚ ସୁଦ୍ଧା ମାଲକାନଗିରି ଏୟାରପୋର୍ଟ ସମ୍ପୂର୍ଣ୍ଣ ହେବ: ମୁଖ୍ୟ ଶାସନ ସଚିବ

40

ଭୁବନେଶ୍ୱର ୧୫-୪ (ଓଡ଼ିଆ ପୁଅ) : ମାର୍ଚ୍ଚ ୨୦୨୪ ସୁଦ୍ଧା ମାଲକାନଗିରି ଜିଲ୍ଲାରେ ବିମାନବନ୍ଦର ହେବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ଦୁଇ ଦିନିଆ ମାଲକାନଗିରି ଗସ୍ତ ଯାଇ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିବା ପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଥିଲେ।

୯୫ ଏକର ଜମିରେ ଏହି ବିମାନବନ୍ଦର ବିକାଶ କରାଯିବା ସହ ସଡ଼କ ଯୋଗାଯୋଗ, ପାନୀୟ ଜଳ, କୃଷି, ଉଦ୍ୟାନ କୃଷି, ସାମାଜିକ ସୁରକ୍ଷା ଯୋଜନା ଏବଂ କୃଷି ଉଦ୍ୟୋଗର ପ୍ରୋତ୍ସାହନ ସମ୍ବନ୍ଧୀୟ ପ୍ରକଳ୍ପଗୁଡିକ ଆଜି ମାଲକାନଗିରିରେ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ହୋଇଥିଲା।

ବୈଠକରେ ମୁଖ୍ୟତଃ ରାସ୍ତାଘାଟ ଓ ପୋଲ ନିର୍ମାଣ, ଦୂର ଦୂରାନ୍ତ ସ୍ଥାନକୁ ଗମନାଗମନ ସୁବିଧା, ବିଦ୍ୟୁତ ଯୋଗାଣ, ପାନୀୟ ଜଳ ଯୋଗାଣ, ଉଦ୍ୟାନ, କୃଷି, ମତ୍ସ୍ୟଚାଷ, ଜଳସେଚନ ଓ ବିବିଧ ଶସ୍ୟ ଉପ୍ତାଦନ ଆଦି ବିଷୟରେ ସବିଶେଷ ସମୀକ୍ଷା ହୋଇଥିଲା।

ଏହି ବୈଠକରେ ଜିଲ୍ଲାପାଳ ବିଶାଲ ସିଂ, ଏସପି ନୀତେଶ ୱାଡୱାନି, ପ୍ରକଳ୍ପ ନିର୍ଦ୍ଦେଶକ ବାଲମୁକୁଣ୍ଡ ଭୁୟାଁ ସେମାନଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟଗୁଡ଼ିକ ବିଷୟରେ ତଥ୍ୟ ଉପସ୍ଥାପନ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.