Odiapua.com

୨୩ରେ ବଙ୍ଗୋପସାଗରରେ ଲଘୁଚାପ: ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ପ୍ରବଳ ବର୍ଷିବ

ଭୁବନେଶ୍ୱର ୨୦ ଜୁଲାଇ (ଓଡ଼ିଆ ପୁଅ) ୨୩ ଜୁଲାଇରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ଅଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୧୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

ଅପରପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଦ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଏହି ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଉତ୍ତର ଓଡ଼ିଶା ଏବଂ ଦକ୍ଷୀଣ ଓଡ଼ିଶାର ଜିଲ୍ଲା ଏବଂ ଉପକୂଳ ଓଡିଶାର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକର ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।