Home ଓଡ଼ିଶା ୨୩ ତାରିଖଠୁ ବଢିବ ବର୍ଷାର ପରିମାଣ

୨୩ ତାରିଖଠୁ ବଢିବ ବର୍ଷାର ପରିମାଣ

268

ଭୁବନେଶ୍ୱର,୨୦/୦୯,(ଓଡ଼ିଆ ପୁଅ ପି ନାଏକ) : ରାଜ୍ୟରେ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ସମ୍ଭାବନା ରହିଛି । ୨୧ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ । କିନ୍ତୁ ଏହା ୨୨ତାରିଖରେ ସାମାନ୍ୟ କମିବାର ସମ୍ଭାବନା ରହିଛି । ଏହି ଦିନ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ୨୩ ତାରିଖଠାରୁ ବର୍ଷା ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ପରଦିନ ଅର୍ଥାତ ୨୪ ତାରିଖରେ ମଧ୍ୟ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.