Home Top News ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

94

ଭୁବନେଶ୍ୱର ୧୬-୬ (ଓଡ଼ିଆ ପୁଅ) ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତାହା ପୁଣି ଆସନ୍ତା ଆସନ୍ତା ୨୪ ଘଣ୍ଟା ମଧ୍ୟରେ। ଏ ନେଇ ଆକଳନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ଦକ୍ଷିଣ-ପଶ୍ଚିମ ମୋୖସୁମୀ ବାୟୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ ଅଗ୍ରସର ହୋଇଥିବା ବେଳେ ନୂଆପଡା, କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାକୁ ଆଂଶିକ ଭାବେ ଅଗ୍ରସର ହୋଇଛି। ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପାଗ ମେଘୁଆ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.