Home ଜିଲ୍ଲା ପରିକ୍ରମା ୨୭ ରେ ଜିଲ୍ଲାସ୍ତରୀୟ ଲୋକ ଅଦାଲତ

୨୭ ରେ ଜିଲ୍ଲାସ୍ତରୀୟ ଲୋକ ଅଦାଲତ

8

ଭଦ୍ରକ, ୨୧ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆସନ୍ତା ୨୭ ତାରିଖ ରବିବାର ଭଦ୍ରକ ନଳାଙ୍ଗ ସ୍ଥିତ ଅଦାଲତ ପରିସରରେ ଅନୁଷ୍ଠିତ ହେବ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ । ଏଥିରେ ବିଚାରାଧୀନ ଚେକ୍ ବାଉନ୍ସ ମାମଲାର ଆପୋଷ ସହମତିରେ ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡ଼େନାହିଁ । ଲୋକ ଅଦାଲତଙ୍କ ରାୟ ବୈଧ ଚୁଡ଼ାନ୍ତ ଓ ଅମଳ ଯୋଗ୍ୟ । ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହା ଏକ ସୁଯୋଗ । ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସହିତ ଯୋଗଯୋଗ କରିପାରିବେ ବୋଲି ଜଣାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.