Odiapua.com

୨୮ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା : ଆସନ୍ତା ୧୨ ଘଣ୍ଟା ପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ପ୍ରବଳ ବର୍ଷିବ

ଭୁବନେଶ୍ୱର ୨୫ ଜୁଲାଇ (ଓଡ଼ିଆ ପୁଅ) ୨୮ ଜୁଲାଇରେ ଉତ୍ତର ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ଅଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ବୌଦ୍ଦ, ନୟାଗଡ଼ ଏହି ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଉତ୍ତର ଓଡ଼ିଶା ଏବଂ ଦକ୍ଷୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।