Home ଓଡ଼ିଶା ୩ ଦିନ ପାଇଁ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ

୩ ଦିନ ପାଇଁ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ

291

ଭୁବନେଶ୍ୱର ୧୦ା୨(ଓଡିଆ  ପୁଅ/ବିରଞ୍ଚିନାରାୟଣ ପତ୍ରୀ ) ଆଜି ଠାରୁ ଆସନ୍ତା ୩ ଦିନ ଧରି  ଥଣ୍ଡାର ପରିମାଣ ବୃଦ୍ଧି ପାଇବ  ରାଜ୍ୟରେ ପାଗରେ ପରିବର୍ତନ ହେବ । ଦକ୍ଷିଣ ଓଡ଼ିଶା ବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ଅଂଚଳରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର‌୍ୟ୍ୟନ୍ତ କମିବାର ସମ୍ଭାବନା ରହିଛି । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ସଡ଼ିଶାରେ ତାପମାତ୍ରା ଅଧିକ କମିପାରେ ।

 

କେତେକ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଥଣ୍ଡାରୁ ରକ୍ଷା ପାଇବା ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ପ୍ରବଳ ଥଣ୍ଡା ଅନୁଭୂତ ହେବ ।  ସୁନ୍ଦରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କଟକ ଓ ମୟୁରଭଂଜରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।  ଆଜି ପୂର୍ବାହ୍ନ ସୁଦ୍ଧା କିଛି ସ୍ଥାନରେ ହାଲୁକା ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.