Home Coronavirus Outbreak ରାଜ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

779

ଭୁବନେଶ୍ୱର ୨୬।୪ (ଓଡ଼ିଆ ପୁଅ) ଗତ ୨୪ଘଣ୍ଟା ମଧ୍ୟରେ ଅନେକ ରାଜ୍ୟରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ କୁଆପଥର ବର୍ଷା ହୋଇ ଥିବାର ଖବର ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଜି ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହା ମଧ୍ୟରେ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି କାଳବୈଶାଖୀ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଉଛି। ଗତ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ଜାରି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମୟରେ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ। ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଛି।
ସତର୍କତା ଦୃଷ୍ଟିରୁ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କୋରାପୁଟରେ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା ରହିଛି। ତେଣୁ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କେତକ ସ୍ଥାନରେ କୁଆପଥର ବର୍ଷା ସହ ବର୍ଷା ପବନ ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହି ବର୍ଷା ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିବ। ଏନେଇ ରାଜ୍ୟର ୧୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟ ଦିଆଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆରପଟରେ ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା। ଏହା ହୁଏତ ବାତ୍ୟାର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି। କିନ୍ତୁ କୁହାଯାଉଛିଯେ, ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଏହାର ପ୍ରଭାବ ବାଂଲାଦେଶ ଏବଂ ମିଆଁମାର ଉପରେ ପଡ଼ିପାରେ ବୋଲି ଆଶଙ୍କା କରାଯାଉଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଅପରାହ୍ନ ୫ଟା ୩୦ ସମୟରେ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.