Home ଓଡ଼ିଶା ୩ ବିଦାୟୀ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା

୩ ବିଦାୟୀ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା

1473

ଭୁବନେଶ୍ୱର ୭-୫ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲ୍ଲାର ୩ ପୂର୍ବତନ ଜିଲ୍ଲାପାଳଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଛନ୍ତି। କେନ୍ଦ୍ରାପଡାର ପୂର୍ବତନ ଜିଲ୍ଲାପାଳ ଶ୍ରୀ ଦାଶରଥି ଶତପଥୀ, ପୁରୀ ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଶ୍ରୀ ଜ୍ୟୋତିପ୍ରକାଶ ଦାସ ଓ ଖୋର୍ଦ୍ଧାର ପୂର୍ବତନ ଜିଲ୍ଲାପାଳ ଶ୍ରୀ ନିର୍ମଳ ଚନ୍ଦ୍ର ମିଶ୍ର ପ୍ରମୁଖ ସେମାନଙ୍କ ନୂତନ କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ଆଜି ସଚ୍ଚିବାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେବା ସହିତ ପ୍ରଶଂସା ପତ୍ର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ଫନି ସମୟରେ ସେମାନେ ଦକ୍ଷତାର ସହିତ ଲକ୍ଷ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିବାରେ ସଫଳ ହୋଇଥିବାରୁ, ଅନେକ ମୂଲ୍ୟବାନ ଜୀବନ ସୁରକ୍ଷିତ ରହିପାରିଥିଲା। ବାତ୍ୟା ପରିଚାଳନାରେ ସେମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.