Odiapua.com

୫୨ଜଣ ନୂଆ ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୩ ରେ ପହଁଚିଲା, ୬୮୯ଜଣ ସୁସ୍ଥହେଲେ

ମାଲକାନଗିରି, ୧୪ା୮(ଓଡିଆ ପୁଅ ) ଦିନକୁ ଦିନ ମାଲାକନଗିରି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି, ଆଜି ଜିଲ୍ଲାରେ ପୁଣି ୫୨ଜଣ ନୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଚିହ୍ନଟଙ୍କ ମଧ୍ୟରୁ ୧୯ଜଣ ପୁବ ର୍ସଂକ୍ରମଣଙ୍କ ସଂସ୍ପର୍ଷରେ ଆସିଥିବାବେଳେ ୧୫ଜଣଙ୍କର ରୋଗର ଲକ୍ଷଣଥିବା ବେଳେ ଅନ୍ୟ ୧୮ଜଣ ହାଉସ ସର୍ଭେରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାଲକାନଗିରି ପୌରପରିଷଦ ଅଚଂଳରୁ କେବଳ ୧୧ଜଣ, ବାଲିମେଳା ଏନଏସି ଅଚଂଳରୁ ୧୪ଜଣ, କାଲିମେଳା ବ୍ଲକ ଅଚଂଳରୁ ୧୧ଜଣ, ମାଲକାନଗିରି ବ୍ଲକଅଚଂଳରୁ ୨ ଜଣ, କୋରକୁଣ୍ଡା ବ୍ଲକ ଅଚଂଳରୁ ୮ଜଣ, ଖଇରପୁଟ ବ୍ଲକ ଅଚଂଳରୁ ୨ଜଣ, ମାଥିଲି ବ୍ଲକ ଅଚଂଳରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜିର ସଂକ୍ରମିତ ୫୨ଜଣ ଙ୍କୁ ମିଶାଇ ମାଲକାନଗିରି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୩ ହୋଇଥିବା ବେଳେ େସେମାନଙ୍କ ମଧ୍ୟରୁ ୬୮୯ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ଓ ୩୯୨ ଜଣ କରୋନା ଆକ୍ରାନ୍ତ ଙ୍କୁ କୋଭିଡ ହସପିଟାଲରେ ଚିକିତ୍ସା କରାଯାଉ ଥିବାବେଳେ ୨ଜଣଙ୍କର ମୃତ୍ୟୁ ହୋଇଥିବାର ଜିଲ୍ଲାପ୍ରଶାସନ ସୁତ୍ରରୁ ଜଣାପଡିଛି। ମାଲକାନଗିରି ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ୨୪ ଜଣ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ଜାଚଂ ଜୋରଦାର ଚାଲିଛି।ଦିନକୁ ଦିନ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମଣରୁ ସୁରକ୍ଷିତ ରିହାବା ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଚଂଳକୁ କଟେଂନମେଟଂ ଜୋନ ବଫର ଜୋନ ଘୋଷଣା କରାଯିବା ସହ ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ୟର୍ଡି କର୍ମୀ ମାନେ ଘରଘର ବୁଲି କୋଭିଡ ଟେଷ୍ଟ ଓ ଲକ୍ଷଣର ବିବରଣୀ ସଂଗ୍ରହ କରୁଛନ୍ତି। ସହରର ଓ ସାହିବସ୍ତିର ବିଭିନ୍ନ ଛକ ସ୍ଥାନରେ ପୁଲିସ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା କରାଯାଇ ସାହିବସ୍ତିକୁ ନାକା ବନ୍ଦିକରିଦିଆ ଯାଇଛି।