Home ଓଡ଼ିଶା ୫୫ ଜଣ ନୂଆ ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୨ ଛୁଇଁଲା, ୯୦୨ ଜଣ...

୫୫ ଜଣ ନୂଆ ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୨ ଛୁଇଁଲା, ୯୦୨ ଜଣ ସୁସ୍ଥହେଲେ

70

ମାଲକାନଗିରି, ୧୮ା୮(ଓଡିଆ ପୁଅ ) ଦିନକୁ ଦିନ ମାଲାକନଗିରି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି, ଆଜି ଜିଲ୍ଲାରେ ପୁଣି ୫୫ ଜଣ ନୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଚିହ୍ନଟଙ୍କ ମଧ୍ୟରୁ ୧୨ଜଣ ପୁବ ର୍ସଂକ୍ରମଣଙ୍କ ସଂସ୍ପର୍ଷରେ ଆସିଥିବାବେଳେ ୨୧ଜଣଙ୍କର ରୋଗର ଲକ୍ଷଣଥିବା ବେଳେ ଅନ୍ୟ ୨୨ଜଣ ହାଉସ ସର୍ଭେ ରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାଲକାନଗିରି ପୌରପରିଷଦ ଅଚଂଳରୁ କେବଳ ୨୩ଜଣ, ବାଲିମେଳା ଏନଏସି ଅଚଂଳରୁ ୬ଜଣ, ଖଇରପୁଟ ବ୍ଲକ ଅଚଂଳରୁ ୭ଜଣ, ମାଥିଲି ବ୍ଲକଅଚଂଳରୁ ୧୩ଜଣ, କୋରକୁଣ୍ଡା ବ୍ଲକ ଅଚଂଳରୁ ୩ଜଣ, ଚିତ୍ରକୋଣ୍ଡା ବ୍ଲକ ଅଚଂଳରୁ ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜିର ସଂକ୍ରମିତ ୫୫ଜଣ ଙ୍କୁ ମିଶାଇ ମାଲକାନଗିରି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୨ ଜଣ ହୋଇଥିବା ବେଳେ େସେମାନଙ୍କ ମଧ୍ୟରୁ ୯୦୨ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ଓ ୪୯୮ ଜଣ କରୋନା ଆକ୍ରାନ୍ତ ଙ୍କୁ କୋଭିଡ ହସପିଟାଲରେ ଚିକିତ୍ସା କରାଯାଉ ଥିବାବେଳେ ୨ଜଣଙ୍କର ମୃତ୍ୟୁ ହୋଇଥିବାର ଜିଲ୍ଲାପ୍ରଶାସନ ସୁତ୍ରରୁ ଜଣାପଡିଛି। ମାଲକାନଗିରି ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ୫୫ ଜଣ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ଜାଚଂ ଜୋରଦାର ଚାଲିଛି।ଦିନକୁ ଦିନ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମଣରୁ ସୁରକ୍ଷିତ ରିହାବା ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଚଂଳକୁ କଟେଂନମେଟଂ ଜୋନ ବଫର ଜୋନ ଘୋଷଣା କରାଯିବା ସହ ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ୟର୍ଡି କର୍ମୀ ମାନେ ଘରଘର ବୁଲି କୋଭିଡ ଟେଷ୍ଟ ଓ ଲ କ୍ଷଣର ବିବରଣୀ ସଂଗ୍ରହ କରୁଛନ୍ତି। ସହରର ଓ ସାହିବସ୍ତିର ବିଭିନ୍ନ ଛକ ସ୍ଥାନରେ ପୁଲିସ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା କରାଯାଇ ସାହିବସ୍ତିକୁ ନାକା ବନ୍ଦିକରିଦିଆ ଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.