Home Top News ବାତ୍ୟା ‘ୟଶ୍’ ର ମୁକାବିଲା ପାଇଁ ୫ ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ

ବାତ୍ୟା ‘ୟଶ୍’ ର ମୁକାବିଲା ପାଇଁ ୫ ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ

66

ଭୁବନେଶ୍ୱର ୨୪-୫ (ଓଡ଼ିଆ ପୁଅ) ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ୟଶ୍’ ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ୟସ୍ ପରିପ୍ରେକ୍ଷୀରେ ରାଜ୍ୟ ସରକାର କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର ଓ ମୟୁରଭଞ୍ଜ ଜିଲ୍ଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ୫ ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି।

ଆଇଏଏସ ଅଧିକାରୀ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡା, ଶାଶ୍ଵତ ମିଶ୍ରଙ୍କୁ ଜଗତସିଂହପୁର, ବୀର ବିକ୍ରମ ଯାଦବଙ୍କୁ ଭଦ୍ରକ ଜିଲ୍ଲା ପାଇଁ ଦାୟିତ୍ଵ ମିଳିଥିବା ବେଳେ ବାଲେଶ୍ଵର ଜିଲ୍ଲା ପାଇଁ ବିଶାଳ କୁମାର ଦେବ ଏବଂ ମୟୂରଭଞ୍ଜ ଜିଲ୍ଲା ପାଇଁ ସୁରେଶ କୁମାର ବଶିଷ୍ଠଙ୍କୁ ରାଜ୍ୟ ସରକାର ଦାୟିତ୍ଵ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.