Home Top News ୭୦ % ମତଦାନ ସହ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ

୭୦ % ମତଦାନ ସହ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ

35

ଭୁବନେଶ୍ୱର ୧୬ -୨ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ପଞ୍ଚାୟତି ରାଜ ଅନୁଷ୍ଠାନ ଗୁଡିକର ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ମୋଟ ୭୧ ଟି ବ୍ଳକର ୧, ୬୬୯ ଟି ଗ୍ରାମ ପଞ୍ଚାୟତରେ ୨୦୦ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୨, ୩୭୯ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି। ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ୍ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଅଛି।

ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୂର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ଥିବା ବେଳେ ପ୍ରାରମ୍ଭିକ ସୂଚନା ଅନୁଯାୟୀ ରାଜ୍ୟରେ ମୋଟ ୭୦ % ମତଦାନ ହୋଇଅଛି।

କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକର ଡୁଣ୍ଡାମେଲା ଗ୍ରାମ ପଞ୍ଚାୟତର ୱାର୍ଡ ନମ୍ବର ୧୧ ରେ ବିଶେଷ କାରଣ ଯୋଗୁଁ ନିର୍ବାଚନ ହୋଇନାହିଁ।

କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଅଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ଢେଙ୍କାନାଳ ଜିଲ୍ଲାର ୩ ଟି ବୁଥ, ଯାଜପୁର ଜିଲ୍ଲାର ୮ଟି ବୁଥ ଏବଂ ପୁରୀ ଜିଲ୍ଲାର ଟି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି। ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲାପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.