Home Top News ୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

47

ଭୁବନେଶ୍ୱର ୨୪.୧୧ (ଓଡ଼ିଆ ପୁଅ) ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି। ଓଡିଶା ରାଜ୍ୟ ପବ୍ଲିକ୍‌ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି।

ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ରାଜ୍ୟରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି। ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ଟି ପଦବୀ ସଂରକ୍ଷିତ।

ଓ.ପି.ଏସ୍‌.ସି ଦ୍ବାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ। ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ। ଏଥିପାଇଁ ସଂପୃକ୍ତ ପ୍ରାର୍ଥୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ଏହିଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.