Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୭୨ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୭୨ କୁ ବୃଦ୍ଧି

144

ଭୁବନେଶ୍ୱର ୧୯-୮ (ଓଡ଼ିଆ ପୁଅ) ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୭୨ କୁ ବୃଦ୍ଧି ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବରଗଡ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୩୦ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କା ମହିଳା।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ।

୯- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ କି କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ।

୧୦- ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.