Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି

117

ଭୁବନେଶ୍ୱର ୧୬-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ ଏବଂ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭଦ୍ରକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୩୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲ୍ମୋନାରି ରୋଗରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୪- ବଲାଙ୍ଗୀର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୮- ଯାଜପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ପୀଡିତ ଥିଲେ।

୯- କନ୍ଧମାଳ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ନେଫ୍ରୋପାଥିରେ ପୀଡିତ ଥିଲେ।

୧୦- ସୋନପୁର ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ଫୁସଫୁସ ଯକ୍ଷ୍ମା, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.